ଓଡ଼ିଶା କୃଷି କନକ୍ଲେଭ୍ ଉଦ୍ଘାଟିତ : ଚାଷୀଙ୍କ ଆୟ ବୃଦ୍ଧି ଉପରେ ଗୁରୁତ୍ୱ

0 66

ଭୁବନେଶ୍ୱର : ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଗୁରୁତ୍ୱ ଦେଇଛନ୍ତି । ଭର୍ଚୁଆଲ୍ ପ୍ଲାଟଫର୍ମରେ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୃଷକଙ୍କ ଆୟ ବୃଦ୍ଧି ପାଇଁ ଆମକୁ ବଜାରର ଗତିଶୀଳତା ଉପରେ କାମ କରିବାକୁ ପଡିବ । ଉତ୍ପାଦକ ଭାବରେ ଭୂମିକା ଗ୍ରହଣ କରିବାକୁ ଆମକୁ ଏଗ୍ରିଗେଟର୍ ଏବଂ ପ୍ରୋସେସର୍ ସହିତ ସେମାନଙ୍କର ସଂଯୋଗକୁ ଶୃଙ୍ଖଳିତ କରିବା ଆବଶ୍ୟକ । ଆମକୁ ମଧ୍ୟସ୍ଥିମାନଙ୍କୁ ହଟାଇବାକୁ ପଡିବ । ରାଜ୍ୟରେ ଏକ ଅନୁକୂଳ ନୀତି ପରିବେଶ ଅଛି ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବ୍ୟବସାୟ ଅଭିବୃଦ୍ଧି ପାଇଁ ଉଲ୍ଲେଖନୀୟ ସୁଯୋଗ ସୃଷ୍ଟି ଏବଂ ବିତରଣ କରି ରାଜ୍ୟ ତଥା ଏହାର ଲୋକମାନଙ୍କ ପାଇଁ ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ଆମେ ପସନ୍ଦ କରୁଥିବା ନିବେଶର ଲକ୍ଷ୍ୟସ୍ଥଳ ହେବାକୁ ଇଚ୍ଛା କରୁଛୁ ।

ସେ କହିଛନ୍ତି ଯେ ରାଜ୍ୟର କୃଷି ଏବଂ ସହଯୋଗୀ କ୍ଷେତ୍ରଗୁଡିକ ବର୍ତ୍ତମାନ ଜାତୀୟ ଏବଂ ଗ୍ଲୋବାଲ୍ କମ୍ପାନୀଙ୍କ ପାଇଁ ଖୋଲାଅଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ସମ୍ବନ୍ଧିତ ୨ଟି ପୁସ୍ତକର ଉନ୍ମୋଚନ କରିଥିଲେ । ଏହି କାଯ୍ୟକ୍ରମରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ, ଉନ୍ନୟନ କମିଶନର ପି କେ ଜେନା, ଫୁଡ୍ସ୍ ଅଫ୍ ଆଦାନୀ-ଓି୍ୱଲମର ଲିମିଟେଡ୍ର ବ୍ୟାବସାୟିକ ମୁଖ୍ୟ ସତ୍ୟେନ୍ଦ୍ର ଅଗ୍ରୱାଲ, ଜିଟେକ୍ନିସିଓର ସିଇଓ ସୌନ୍ଦରା ରାଦଜାନେ, ନାଫେଡ୍ର ପରିଚାଳନା ନିର୍ଦ୍ଦେଶକ ସଂଜୀବ ଚଢା, ବିଭାଗୀୟ ପ୍ରମୁଖ ଶାସନ ସଚିବ ସୁରେଶ ବଶିଷ୍ଟ ପ୍ରମୁଖ ଉପସ୍ଥିତ ଥିଲେ ।

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି : ମହଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି

ଦୁର୍ଗାପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ୪ଲକ୍ଷ କର୍ମଚାରୀ ଓ ସାଢେ ୩ ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ମାସରୁ ପିଛିଲା ଭାବରେ ୧୧% ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ । ଏଥିସହ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ (ଜିଆଇଏସ୍)ରେ ସଂଶୋଧନ କରିଛନ୍ତି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମ·ରୀମାନଙ୍କୁ ଗୋଷ୍ଠୀ ବୀମା ଦେୟ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ଜିଆଇଏସ୍ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କର୍ମଚାରୀମାନଙ୍କ ପାଇଁ ଜିଆଇଏସ୍ ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ସେହିପରି ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଜିଆଇଏସ୍ ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ ।

Leave A Reply

Your email address will not be published.