ରାଜ୍ୟରେ ଗୋଟିଏ ଦିନରେ ୫୨୬ କରୋନା ଆକ୍ରାନ୍ତ ଚିହ୍ନଟ

0 63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୦୪୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୦୪୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୪ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦୩୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୫୨୬ ଜଣଙ୍କ ମଧ୍ୟରୁ ୩୦୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱରରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨, ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୬୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୩ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨, ଗଂଜାମ ଜିଲ୍ଲାରୁ ୩,ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁରରୁ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ , କନ୍ଧମାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା

ଖୋର୍ଦ୍ଧାରୁ ୨୩୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ୍ ପୁଲରୁ ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.