ପାର୍ବଣରେ କଟକଣା ନମାନିଲେ ଗିରଫ କରିବ ପୋଲିସ୍

0 71

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ । ଟୁଇନସିଟିରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା ରହିଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ସେ କହିଛନ୍ତି, ଯେପରି ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଂଚ ଉପରେ ଗୁରୁତ୍ୱ ଦିଆଯିବ । ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ସେ ଅପିଲ କରିଛନ୍ତି ।

ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୋଲିସ୍ କମିଶନର କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି । ଏଥିସହ ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସିପି ।

Leave A Reply

Your email address will not be published.