ରାଜ୍ୟରେ ଗୋଟିଏ ଦିନରେ ୪୪୮ କରୋନା ଆକ୍ରାନ୍ତ ଚିହ୍ନଟ

0 50

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୧୪୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୭୯୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦୮୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୪୮ ଜଣଙ୍କ ମଧ୍ୟରୁ ୨୫୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୪୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୧, ଗଂଜାମ ଜିଲ୍ଲାରୁ ୧,ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ, ଯାଜପୁରରୁ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତିା

ଖୋର୍ଦ୍ଧାରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ନୟାଗଡ଼ରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ୨, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.