ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

0 85

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ବୈଠକରେ ୧୬ ପ୍ରସ୍ତାବକୁ ମଂଜୁରୀ ମିଳିଥିବା ନେଇ ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ ଷୋଡ଼ଶ ବିଧାନସଭାର ସତ୍ରାବସାନକୁ ମଧ୍ୟ ମଞ୍ଜୁରୀ ମିଳିଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.