ରାଜ୍ୟରେ ଗୋଟିଏ ଦିନରେ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ

0 67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୨୧୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୧୪୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୨୯ ଜଣଙ୍କ ମଧ୍ୟରୁ ୩୦୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୭୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱରରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୩୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୬,ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁରରୁ ୧୫ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୭ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତିା

ଖୋର୍ଦ୍ଧାରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ୬, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.