ରାଜ୍ୟରେ ଗୋଟିଏ ଦିନରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ

0 61

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୬୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୭୬୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୦୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୬୧୫ ଜଣଙ୍କ ମଧ୍ୟରୁ ୩୫୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୨୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ୱରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩, ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୭୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତିା

ଖୋର୍ଦ୍ଧାରୁ ୩୨୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ୩, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.