ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0 74

ଭୁବନେଶ୍ବର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କ ଦୀର୍ଘ ଓ ନିରାମୟ ଜୀବନ ସମସ୍ତେ କାମନା କରୁଥିବେ ବେଳେ ନବୀନ ପାଳୁନାହାନ୍ତି ଜନ୍ମଦିନ । କୋଭିଡ୍ ସଂକଟକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳନ ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।ଏହି ଅବସରରେ ତାଙ୍କୁ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଏଥିରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା। ମୁଁ ପ୍ରାର୍ଥନା କରୁଛି ଯେ ସେ ଲୋକମାନଙ୍କ ସେବାରେ ଏକ ଦୀର୍ଘ ଏବଂ ସୁସ୍ଥ ଜୀବନ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ ।

ଠିକ୍ ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଟୁଇଟରରେ ଲେଖିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି । ସେହିଭଳି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣଭ ମଧ୍ୟ ନବୀନଙ୍କୁ ଜଣାଇଛନ୍ତି ଜନ୍ମଦିନର ଶୁଭେଚ୍ଛା । ଟ୍ୱିଟ୍ କରି ଅଶ୍ୱନୀ ଲେଖିଛନ୍ତି, ପ୍ରଭୁ ଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ଖୁସି ଦିଅନ୍ତୁ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟୁଇଟ୍ କରି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମହାପ୍ରଭୁଙ୍କ ଆଶୀର୍ବାଦରୁ ତାଙ୍କର ଜୀବନ ନିରାମୟ ଓ ସୁଖମୟ ହେଉ ବୋଲି ପ୍ରାର୍ଥନା କରିଛନ୍ତି ।ସୂଚନାଯୋଗ୍ୟ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ କଟକଠାରେ ଜନ୍ମଗ୍ରହଣ କରିଥିଲେ ।

Leave A Reply

Your email address will not be published.