ରାଜ୍ୟରେ ଗୋଟିଏ ଦିନରେ ୪୪୩ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୦୭୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୦୭୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୭୪୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୯୯୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୪୩ ଜଣଙ୍କ ମଧ୍ୟରୁ ୨୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୪୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨, ଭଦ୍ରକରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୨୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ, ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁରରୁ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୨୪୩ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ ପୁଲରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.