ରାଜ୍ୟରେ ଗୋଟିଏ ଦିନରେ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ

64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୨୫୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୮୨୪ ରହିଛି।

ଆଜି ଚିହ୍ନଟ ହୋଇଥିବା ୩୪୦ ଜଣଙ୍କ ମଧ୍ୟରୁ ୧୯୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୪୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୬, ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୪୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛି । ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁରର ୁ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୪୯ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡ଼ରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ୍ ପୁଲରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.