ଆସୁଛି ପୁଣି ଏକ ଲଘୁଚାପ

62

ଭୁବନେଶ୍ୱର : ପଶ୍ଚିମବଙ୍ଗର ଗାଙ୍ଗେୟ ତ୍ରିକୋଣଭୂମି ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମବଙ୍ଗ ଓ ତତ୍ସଂଲଗ୍ନ ଉ୍ତର-ଓଡ଼ିଶା ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟରେ ଚାଲିଥିବା ବର୍ଷା ଆଉ କିଛି ଦିନ ଜାରି ରହିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱରର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଦୁଇ ଜିଲ୍ଲା ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗ । ଏହାଛଡ଼ା ଭଦ୍ରକ, ଯାଜପୁର,କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ,ବୌଦ୍ଧ,କନ୍ଧମାଳ, କଳାହାଣ୍ଡି ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.