ରାଜ୍ୟରେ ଗୋଟିଏ ଦିନରେ ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ

67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୭୮୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୮୪୬ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୫୬ ଜଣଙ୍କ ମଧ୍ୟରୁ ୩୨୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୦୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ୱରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୪୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଯାଜପୁରରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୩୦୫ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ନୟାଗଡ ଓ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୨ ଜଣ, ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ୍ ପୁଲରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.