ରାଜ୍ୟରେ ଗୋଟିଏ ଦିନରେ ୫୫୯ କରୋନା ଆକ୍ରାନ୍ତ ଚିହ୍ନଟ

74

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୮୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୮୫ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୫୯ ଜଣଙ୍କ ମଧ୍ୟରୁ ୩୨୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୭୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

Comments are closed.