ଶ୍ରମ ପୋର୍ଟାଲ

63

ଓଡିଶା ସରକାରଙ୍କ ଶ୍ରମ ପୋର୍ଟାଲ ନିକଟରେ ପ୍ରଶଂସିତ ହୋଇଛି । ମାତ୍ର ଦୁଇମାସ ମଧ୍ୟରେ ଏହି ଇ-ଶ୍ରମ ପୋର୍ଟାଲକୁ ଆରମ୍ଭ କରାଯାଇଥିଲା । ଏହି ସମୟ ମଧ୍ୟରେ ୪ କୋଟିରୁ ଅଧିକ ଅସଂଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜିକରଣ କରିଛନ୍ତି । ସର୍ବାଧିକ ସଂଖ୍ୟକ ଶ୍ରମିକ ପଞ୍ଜିକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସବୁଠାରୁ ଆଗରେ ରହିଛି । ଏତେ କମ ସମୟ ମଧ୍ୟରେ ଏତେ ସଂଖ୍ୟକ ସଦସ୍ୟ ପଞ୍ଜିକାରଣ କରିବା ନିଶ୍ଚିତରେ ଏକ ସ୍ୱାଗତଯୋଗ୍ୟ ଓପଲବ୍ଧି । ଉଲ୍ଲେଯୋଗ୍ୟ ଯେ,ଏହିପୋର୍ଟାଲରେ ପଞ୍ଜିକରଣ କରିବା ପରେ ଅସଂଗଠିତ କ୍ଷେତ୍ରର ଶ୍ରମିକମାନେ ସହଜରେ ସରକାରୀ ଯୋଜନାଗୁଡ଼ିକର ଲାଭ ପାଇପାରିବେ । ନିର୍ମାଣ, ବସ୍ତ୍ର ଉତ୍ପାଦନ, ମତ୍ସ୍ୟଚାଷ, ଗିଗ୍ ଓ ପ୍ଲାଟଫର୍ମ କାମ, ଉଠାଦୋକାନୀ, ଘରୋଇ କର୍ମଜୀବୀ, କୃଷି ଏବଂ ଆନୁସଙ୍ଗିକ କ୍ଷେତ୍ର, ପରିବହନ କ୍ଷେତ୍ର ଆଦି ବିଭିନ୍ନ କ୍ଷେତ୍ରର ଶ୍ରମିକମାନେ ମଧ୍ୟ ଏହି ପୋର୍ଟାଲରେ ପଞ୍ଜିକରଣ କରିଛନ୍ତି । ବଡ କଥା ହେଲା ନିର୍ଦ୍ଦିଷ୍ଟ କେତେକ କ୍ଷେତ୍ରରେ ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକ ନିୟୋଜିତ ଅଛନ୍ତି । ପ୍ରବାସୀ ଶ୍ରମିକଙ୍କ ସମେତ ଅସଂଗଠିତ କ୍ଷେତ୍ରର ସମସ୍ତ ଶ୍ରମିକ ଇଶ୍ରମ ପୋର୍ଟାଲରେ ପଞ୍ଜିକରଣ କରିବା ଜରିଆରେ ସରକାରଙ୍କ ବିଭିନ୍ନ ସାମାଜିକ ସୁରକ୍ଷା ଏବଂ ନିଯୁକ୍ତି ଆଧାରିତ ଯୋଜନାର ଲାଭ ପାଇବାକୁ ସକ୍ଷମ ହେବେ । ତଥ୍ୟ ଅନୁଯାୟୀ, ୪.୦୯ କୋଟି ଶ୍ରମିକ ଏହି ପୋର୍ଟାଲରେ ପଞ୍ଜିକରଣ କରିଛନ୍ତି । ଏଥିମଧ୍ୟରୁ ୫୦.୦୨ ପ୍ରତିଶତ ହିତାଧିକାରୀ ମହିଳା ଏବଂ୪୯.୯୮ ପ୍ରତିଶତ ହିତାଧିକାରୀ ପୁରୁଷ । ପ୍ରାୟତଃ ସମାନ ସଂଖ୍ୟକ ପୁରୁଷ ଏବଂ ମହିଳାମାନେ ଏହି ଅଭିଯାନର ଅଂଶବିଶେଷ ହେବା ବିଶେଷ ଉତ୍ସାହଜନକ । କୃଷି ଏବଂ ନିର୍ମାଣ ଶ୍ରମିକ କ୍ଷେତ୍ରର ସର୍ବାଧିକ ସଂଖ୍ୟକ ଶ୍ରମିକ ପୋର୍ଟାଲରେ ପଞ୍ଜିକରଣ କରିଛନ୍ତି । ଭାରତରେ ଏହି ଦୁଇଟି କ୍ଷେତ୍ରରେ ସର୍ବାଧିକ ସଂଖ୍ୟକ ଲୋକମାନଙ୍କୁ ନିଯୁକ୍ତି ମିଳିଥାଏ । ଏହାଛଡ଼ା ଘରୋଇ ଏବଂ ପାରିବାରିକ ଶ୍ରମିକ, ବସ୍ତ୍ର ଉତ୍ପାଦନ କ୍ଷେତ୍ରର ଶ୍ରମିକ, ଅଟୋମୋବାଇଲ ଏବଂ ସାମଗ୍ରୀ ପରିବହନ ଶ୍ରମିକ, ଇଲେକ୍ଟ୍ରୋନିକ୍ସ ଏବଂ ହାର୍ଡୱେର ଶ୍ରମିକ, କ୍ୟାପିଟାଲ ସାମଗ୍ରୀ, ଶିକ୍ଷା, ସ୍ୱାସ୍ଥ୍ୟ, ଖୁଚୁରା ବ୍ୟବସାୟ, ପର୍ଯ୍ୟଟନ ଓ ଆତିଥେୟ, ଖାଦ୍ୟ ଉଦ୍ୟୋଗ ଏବଂ ଅହୁରି ବିଭିତ୍ତ ପେସା ଏବଂ କ୍ଷେତ୍ରର ଶ୍ରମିକମାନେ ଏହି ପୋର୍ଟାଲରେ ପଞ୍ଜିକରଣ କରିଛନ୍ତିଏହି ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବା ପରେ ଲିଙ୍ଗ ଅନୁପାତରେ ସାପ୍ତାହିକ ପଞ୍ଜିକରଣ ବୃଦ୍ଧି ପରିଲକ୍ଷିତ ହୋଇଛି । ପୁରୁଷ ଓ ମହିଳା ଶ୍ରମିକମାନେ ତୁଳନାଞଗକ ଭାବେ ପଞ୍ଜିକରଣ କରୁଛନ୍ତି ।

ତଥ୍ୟ ଅନୁସାରେ ଏହି ପୋର୍ଟାଲରେ ଶ୍ରମିକ ପଞ୍ଜିକରଣ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଥିବା ବେଳେ ଏହାପଛକୁ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶ ରହିଛନ୍ତି । ନିମ୍ନ ଗ୍ରାଫରେ ଏହାର ତଥ୍ୟ ପ୍ରଦାନ କରାଯାଇଛି । ତେବେ ଛୋଟ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକରେ ମଧ୍ୟ ଶ୍ରମିକ ପଞ୍ଜିକରଣ ସଂଖ୍ୟା ଉତ୍ସାହଜନକ ରହିଛି । ଉଲ୍ଲେଖ କରିବାର କଥା ଯେ ଉପାନ୍ତ ଅଞ୍ଚଳରେ ଥିବା ଶ୍ରମିକମାନେ ବିଭିନ୍ନ ସରକାରୀ କଲ୍ୟାଣମୂଳକ ଯୋଜନାର ଲାଭ ପାଇବାକୁ ସକ୍ଷମ ହେବେ । ଅସଂଗଠିତ କ୍ଷେତ୍ରର ଶ୍ରମିକ ଓ ବିଭିନ୍ନ ଶ୍ରମିକ ସଂଗଠନର ଶ୍ରମିକମାନଙ୍କୁ ଇ-ଶ୍ରମ କାର୍ଡ ପାଇଁ ଗୋଟିଏ ଏକକ ପରିଚୟ ସଂଖ୍ୟା ମିଳିବ । ସାରା ଦେଶରେ ସାମାଜିକ ସୁରକ୍ଷା ଯୋଜନାର ଲାଭ ପାଇବା ପାଇଁ ଏହା ଗ୍ରହଣୀୟ ହେବ । ଇ-ଶ୍ରମ ପୋର୍ଟାଲରେ ପଞ୍ଜିକୃତ ହୋଇଥିବା ଶ୍ରମିକ ଦୁର୍ଘଟଣାରେ ମୃତ୍ୟୁବରଣ କଲେ ତାଙ୍କର ନିକଟ ସମ୍ପର୍କୀମାନେ ୨ ଲକ୍ଷ ଟଙ୍କାର ବୀମା ରାଶି ପାଇବେ । ଆଂଶିକ ଅକ୍ଷମତା କ୍ଷେତ୍ରରେ ଶ୍ରମିକମାନଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ମିଳିବ । କେନ୍ଦ୍ର ସରକାରଙ୍କ ଡିଜିଟାଲ କାର୍ଯ୍ୟକ୍ରମରେ ଏହା ଏକ ବଡ଼ ସଫଳତା । ଏ ପଞ୍ଜିକରଣ ଜରିଆରେ ବିଭିନ୍ନ ପ୍ରକାର ସହାୟତା ପହଞ୍ôଚବାରେ ମୋଦି ସରକାରଙ୍କ ଉଦ୍ୟମ ପ୍ରଶଂସନୀୟ ।

Comments are closed.