ରାଜ୍ୟରେ ଗୋଟିଏ ଦିନରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ

72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୦୫୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୮୪୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୮୫୬ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୨୪ ଜଣଙ୍କ ମଧ୍ୟରୁ ୩୦୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୧୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ୱରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨, ଭଦ୍ରକରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୬୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳରୁ ୧. କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୨୫୪ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ନୟାଗଡରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ୍ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.