ରାଜ୍ୟରେ ଗୋଟିଏ ଦିନରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ

69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୪୨୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୪୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୬୭ ଜଣଙ୍କ ମଧ୍ୟରୁ ୨୭୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୪୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ୱରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୩୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ନୟାଗଡରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୫ ଜଣ, ରାୟଗଡ଼ାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୮ଜଣ ଓ ଷ୍ଟେଟ୍ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.