ରାଜ୍ୟରେ ଗୋଟିଏ ଦିନରେ ୪୪୧ କରୋନା ଆକ୍ରାନ୍ତ ଚିହ୍ନଟ

73

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୯୬୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୯୬୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୦୨୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୮୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୪୧ ଜଣଙ୍କ ମଧ୍ୟରୁ ୨୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫, ଭଦ୍ରକରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୩୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁରରୁ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ଜଣ ଓ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ନୟାଗଡରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ୍ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.