ରାଜ୍ୟରେ ଗୋଟିଏ ଦିନରେ ୪୪୭ କରୋନା ଆକ୍ରାନ୍ତ ଚିହ୍ନଟ

58

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୫୦୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୪୨ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୪୭ ଜଣଙ୍କ ମଧ୍ୟରୁ ୨୬୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୮୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୬୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତିା ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଯାଜପୁରରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୧ ଓ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ଜଣ ଓ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୮ ଜଣ, ରାୟଗଡ଼ାରୁ ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧. ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.