ରାଜ୍ୟରେ ଗୋଟିଏ ଦିନରେ ୪୨୫ କରୋନା ଆକ୍ରାନ୍ତ ଚିହ୍ନଟ

73

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୯୧୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୫୪ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୪୭ ଜଣଙ୍କ ମଧ୍ୟରୁ ୨୪୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୪୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିା ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁରରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୮ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧. ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ୍ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.