ରାଜ୍ୟରେ ଗୋଟିଏ ଦିନରେ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୮୧୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୮୧୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୭୭୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬୭୩ ରହିଛି।

ଆଜି ଚିହ୍ନଟ ହୋଇଥିବା ୫୪୯ ଜଣଙ୍କ ମଧ୍ୟରୁ ୩୧୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ , ବାଲେଶ୍ୱରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨, ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୫୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଓ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁରରୁ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୨୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୬ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୯ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧. ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.