ରାଜ୍ୟରେ ଗୋଟିଏ ଦିନରେ ୪୧୨ କରୋନା ଆକ୍ରାନ୍ତ ଚିହ୍ନଟ

73

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୨୩୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୨୩୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୧୦୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୪୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୧୨ ଜଣଙ୍କ ମଧ୍ୟରୁ ୨୩୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୮୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫, ଭଦ୍ରକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୪୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରେ ୪ ଜଣ, ଗଂଜାମ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁରରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୬ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.