ରାଜ୍ୟରେ ଗୋଟିଏ ଦିନରେ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୬୫୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୬୩ ରହିଛି।

ଆଜି ଚିହ୍ନଟ ହୋଇଥିବା ୩୬୫ ଜଣଙ୍କ ମଧ୍ୟରୁ ୨୧୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୫୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୩୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଂଜାମ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୧୦ ଜଣ, ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.