ରାଜ୍ୟରେ ଗୋଟିଏ ଦିନରେ ୪୮୮ କରୋନା ଆକ୍ରାନ୍ତ ଚିହ୍ନଟ

59

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୬୯୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୩୭୪ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୮୮ ଜଣଙ୍କ ମଧ୍ୟରୁ ୨୮୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୫୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରେ ୫, ଗଂଜାମ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୬,ସମ୍ବଲପୁରରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ ପୁଲରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.