ରାଜ୍ୟରେ ଗୋଟିଏ ଦିନରେ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ

68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୭୭୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୭୭୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୧୪୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୨୩୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୩୧୬ ଜଣଙ୍କ ମଧ୍ୟରୁ ୧୮୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୫୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକରୁ ୩୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରେ ୧, ଗଂଜାମ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ବେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।

ଖୋର୍ଦ୍ଧାରୁ ୧୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୧ ,ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.