ରାଜ୍ୟରେ ଗୋଟିଏ ଦିନରେ ୩୨୭ କରୋନା ଆକ୍ରାନ୍ତ ଚିହ୍ନଟ

70

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୨୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୧୦୦ କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରେ୧୮ ବର୍ଷରୁ କମ୍ ୪୪ ଜଣ କରୋନା ସଂକ୍ରମିତ ରହିଛନ୍ତି । ସେହିପରି ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୧୨୨ ରହିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ୩୨୭ ଜଣଙ୍କ ମଧ୍ୟରୁ ୧୯୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସବୁଠାରୁ ଅଧିକ ୧୭୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଭଦ୍ରକରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୫ ଜଣ ଓ ବୌଦ୍ଧ ଜିଲ୍ଲାରୁ ଜଣେ , କଟକରୁ ୨୯ ସଂକ୍ରମିତ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୭୭ ଜଣ , କୋରାପୁଟରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡରୁ ୩ ଜଣ , ନୂଆପଡାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୬ଜଣ, ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ୍ ପୁଲରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.