ଦୁର୍ଘଟଣାରେ ବର୍ଷକୁ ଯାଉଛି ପ୍ରାୟ ୫ହଜାର ଜୀବନ : ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟିର ପାଣ୍ଠି

72

ସମ୍ବଲପୁର : ସ୍ୱାସ୍ଥ୍ୟସେବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବଡ଼ ଘୋଷଣା କରିଛନ୍ତି । ସଡ଼କ ଦୁର୍ଘଟଣାରେ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏଥିପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି ଗଠନ କରାଯିବ । ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ତେଣୁ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଆହତଙ୍କୁ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିଲାଗି ସେମାନଙ୍କୁ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବନି କି, ଟଙ୍କା ଯୋଗାଡ଼ କରିବା ନେଇ ଚିନ୍ତା କରିବାକୁ ପଡ଼ିବନାହିଁ । ଦୁର୍ଘଟଣାଗ୍ରସ୍ତଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇପାରିଲେ ଅନେକ ମୂଲ୍ୟବାନ୍ ଜୀବନ ବଞ୍ଚାଇହେବ ବୋଲି କୁଚିଣ୍ଡାରେ ବିଏସ୍କେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ପ୍ରତିଟି ଜୀବନ ହେଉଛି ମୂଲ୍ୟବାନ । ସେ ଚାଷୀ ହେଉ ବା ମୂଲିଆ ବା ରିକ୍ସାବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ସହ ଜିଲ୍ଲାର ବିକାଶ ପାଇଁ ନୀଳ ନକ୍ସା ବି ଆଙ୍କିଛନ୍ତି ନବୀନ । ଜିଲ୍ଲାରେ ବିକାଶର ସ୍ରୋତକୁ ବେଗବାନ କରିବାକୁ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ୩୫୦ କୋଟି ଟଙ୍କାର ପ୍ରକଳ୍ପକୁ ଉଦ୍ଘାଟିତ କରିଥିଲେ । ଜିଲ୍ଲାବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ହଜାରେ କୋଟିର ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି । ୨୦୨୨ ସୁଦ୍ଧା ସବୁ ପରିବାରଙ୍କୁ ପଇବା ପାଇଁ ମିଳିବ ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲାବାସୀ ଓ ସ୍ଥାନୀୟ ନେତୃତ୍ୱ ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସରକାରୀ ଦଳର ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । ବିଏସ୍କେୱାଇ ସ୍ମାର୍ଟ କାର୍ଡ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଯୋଗୁଁ ଓଡିଶାରେ ଆଜି ଗରିବ ଲୋକ ନିଜକୁ ସୁରକ୍ଷିତ ମନେ କରୁଛି । ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ଦିଆଯାଉଥିବା ସାମାଜିକ ଓ ଅର୍ଥିକ ସୁରକ୍ଷା ସେମାନଙ୍କୁ ସଶକ୍ତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ିହେଲା ସମ୍ବଲପୁର :

-ଉପକୃତ ହେବେ ଜିଲ୍ଲାର ୭ଲକ୍ଷ ୭୩ହଜାର ହିତାଧିକାରୀ୍‍
-୧୫୫୩ କୋଟିର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ
-ସମଲେଶ୍ୱରୀ ପୀଠର ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ । କୁଚିଣ୍ଡାର ସରସ୍ୱତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ କାର୍ଡ଼ ଗ୍ରହଣ କରିଥିଲେ । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶରେ ସମ୍ବଲପୁରର ଅବଦାନ ବିଷୟରେ ଆଲୋକପାତ କରି କହିଛନ୍ତି ଯେ ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସମ୍ବଲପୁରୀ ଶାଢୀ, ସମ୍ବଲପୁରୀ ଗୀତ ଓଡିଶାର ମହାନ ସଂସ୍କୃତିର ପରିଚୟ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମା’ ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି । ତେଣୁ ଏ ପୀଠର ବିକାଶ ପାଇଁ ସରକାରଙ୍କ ଉଦ୍ୟମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲଥ୍ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟସେବା ପାଇଁ ଅନେକ ସମସ୍ୟାରୁ ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ·ଷୀ ହେଉ ବା ମୂଲିଆ ବା ରିକ୍ସା ବାଲା-ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଏହି ଅବସରରେ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଙଋି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଙଋି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଙଋିରୁ ବହନ କରାଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜି ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ୱ ଦେଉଛନ୍ତି । ଆଜି ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୁଚିଣ୍ଡା ଓ ରେଢାଖୋଲ ଏନ୍ଏସିର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସରକାରୀ ଦଳର ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । ଏହି ସ୍ୱାସ୍ଥ୍ୟ କାର୍ଡ
ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ କହିଛନ୍ତି

Comments are closed.