ରାଜ୍ୟରେ ଗୋଟିଏ ଦିନରେ ୩୨୨ କରୋନା ଆକ୍ରାନ୍ତ ଚିହ୍ନଟ

79

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୦୨୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୦୦ ରହିଛି।

ଆଜି ଚିହ୍ନଟ ହୋଇଥିବା ୩୨୨ ଜଣଙ୍କ ମଧ୍ୟରୁ ୧୮୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୬୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କଟକରୁ ୧୯ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରେ ୨, ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁରରୁ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ,ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.