ଆସନ୍ତାକାଲି ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା

66

ପୁରୀ : ଆସନ୍ତାକାଲି ସିଂହଦ୍ବାର ସମ୍ମୁଖରେ କାଉଁରିଆ କାଠି ଜାଳିବା ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । ସିଂହଦ୍ବାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ରୋକ୍ ଲଗାଇବା ପାଇଁ ୧୪୪ ଧାରା ଜାରି କରାଯାଇଛି । ଏହି କଟକଣା ଆସନ୍ତାକଲି ପ୍ରାତଃ ୪ଟା ଠାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ । କାଉଁରିଆ କାଠି ଜାଳିବା ବେଳେ ପ୍ରବଳ ଜନ ସମାଗମ ହେବା, ପ୍ରଦୂଷଣର ମାତ୍ରା ବୃଦ୍ଧି ଓ କୋଭିଡ କଟକଣା ଉଲ୍ଲଘଂନ ହେବାର ଆଶଙ୍କା ଥିବାରୁ ଏଭଳି ନିଷ୍ପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି । ଉପ ଜିଲ୍ଲାପାଳ ଭବତାରଣ ସାହୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସନ୍ତାକାଲି ସାଧାରଣ ଦର୍ଶନ ବନ୍ଦ ନିମନ୍ତେ ଶ୍ରୀମନ୍ଦିର ବନ୍ଦ ରହିବ । ଉକ୍ତ ସମୟ ମଧ୍ୟରେ କେବଳ ସ୍ବୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରବେଶାନୁମତି ରହିବ । ଜରୁରୀକାଳୀନ ସେବା ପୂର୍ବଭଳି ଜାରି ରହିବ ।

Comments are closed.