ରାଜ୍ୟରେ ଗୋଟିଏ ଦିନରେ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

60

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୬୯୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୬୯୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୩୪୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୩୨ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୭୧ ଜଣଙ୍କ ମଧ୍ୟରୁ ୧୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଓ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କଳାହାଣ୍ଡି ଜିଲ୍ଲାରୁ ୨ ୨ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୫,ମୟୂରଭଞ୍ଜରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତ ି । ସମ୍ବଲପୁରରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.