୨ ଦିନ ପ୍ରବଳ ବର୍ଷା ସମ୍ଭାବନା

74

ଭୁବନେଶ୍ୱର : ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ । ଏହା ପ୍ରଭାବରେ ଆସନ୍ତାକାଲି ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଂଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି ବୋଲି ଭୁବେନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁୁ ସୂଚନା ଦିଆଯାଇଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି ।

ସେହିପରି ନଭେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.