ରାଜ୍ୟରେ ଗୋଟିଏ ଦିନରେ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୯୯୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୭୯୦ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୪୭ ଜଣଙ୍କ ମଧ୍ୟରୁ ୧୪୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ୨ ଜଣ ଓ ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ନାହାନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.