ରାଜ୍ୟରେ ଗୋଟିଏ ଦିନରେ ୧୮୫ କରୋନା ଆକ୍ରାନ୍ତ ଚିହ୍ନଟ

74

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୬୫୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୬୫୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୫୦୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୭୧୯ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୮୫ ଜଣଙ୍କ ମଧ୍ୟରୁ ୧୦୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୭୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଓ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୨ଜଣ କଟକରୁ ୧୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ୍ ପୁଲରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.