ରାଜ୍ୟରେ ଗୋଟିଏ ଦିନରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

76

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୮୬୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୮୬୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୭୫୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୬୯ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୦୬ ଜଣଙ୍କ ମଧ୍ୟରୁ ୧୨୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୨୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଓ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୨ଜଣ କଟକରୁ ୧୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୩, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁରରୁ ୧୨ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କଳାହାଣ୍ଡି ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । କନ୍ଧମାଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ ନୂଆପଡା, ପୁରୀ, ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ୍ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.