ରାଜ୍ୟରେ ଗୋଟିଏ ଦିନରେ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ

72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୦୮୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୦୮୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୯୯୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୫୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୦୬ ଜଣଙ୍କ ମଧ୍ୟରୁ ୧୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧, ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୧ ଜଣ କଟକରୁ ୧୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୨, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି।

ଖୋର୍ଦ୍ଧାରୁ ୧୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ଜଣ ଓ ମାଲକାନଗିରି ଜିଲ୍ଲାରୁ ୨ ଚିହ୍ନଟ ହୋଇଛନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.