ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ପରଲୋକ

63

ଭୁବନେଶ୍ୱର : ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁ ଙ୍କ ଭୁବନେଶ୍ୱରରେ ଆଜି ସକାଳୁ ପରଲୋକ ହୋଇଥିବା ଜଣା ପଡିଛି ।ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଏ ନେଇ ତାଙ୍କର ପରିବାର ବର୍ଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ବାଲିକୁଦା ନିର୍ବାଚନ ମଣ୍ଡଳୀରୁ ସେ ଅନେକ ଥର ଓଡ଼ିଶା ବିଧାନସଭାକୁ ପ୍ରତିନିଧିତ୍ୱ କରିଥିେଲେ । ତାଙ୍କର ବିୟୋଗରେ ଅନେକ ମାନ୍ୟଗଣ୍ୟ ଲୋକ ମାନେ ଶୋକ ପ୍ରକାଶ କରିଛନ୍ତି ।

ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ :

ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ – ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ୱାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ :

ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ – ବରିଷ୍ଠ ରାଜନେତା ତଥା ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ତାଙ୍କର ଲମ୍ବା ସମୟର ରାଜନୈତିକ ଜୀବନରେ ସେ କରିଥିବା କାମ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Comments are closed.