କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ବନ୍ଦ

58

ପୁରୀ : ଶ୍ରୀମନ୍ଦିରରେ ଭିଡ଼କୁ ନଜିରରେ ରଖି ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି । ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି । ଗୁରୁବାର ଦର୍ଶନ ସାକାଳ ୭ଟିରୁ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଭର୍ଚୁଆଲ୍ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି । ତେବେ ୧୯ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ ବନ୍ଦ ରହିବ ଶ୍ରୀମନ୍ଦିର । ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ନାହିଁ । ଭିଡ଼କୁ
ଲକ୍ଷ୍ୟ କରି ଏଭଳି ନିଷ୍ପତ୍ତି କରାଯାଇଛି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛନ୍ତି । ଆଜିର ବୈଠକରେ ଜିଲ୍ଲାପାଳ, ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ । ସୂଚନାରୁ ପ୍ରକାଶ, କାର୍ତ୍ତିକ ପୂର୍ଣ୍ଣିମାନେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଥାଏ । ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ ସକାଳେ ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତି । ଯେଉଁଥିପାଇଁ ଶ୍ରୀମନ୍ଦିରରେ ଭିଡ଼ ପରିଲକ୍ଷିତ ହୋଇଥାଏ । ଭିଡହେଲେ
କୋଭିଡ୍ ବଢ଼ିବାର ସମ୍ଭାବନା ରହିଛି । ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

Comments are closed.