ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

73

ଭୁବନେଶ୍ୱର : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଜିଲ୍ଲାର ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ରୁଷିନାଥ ବରାଳଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।

ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ନୟାଗଡ଼, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାର ୪ ଟି ସ୍ଥାନରେ ୪ଟି ଟିମ୍ ଏକକାଳୀନ ଭିଜିଲାନ୍ସ ଚଢାଉ କରୁଛି । ୪ ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଚାଲିଛି । ବର୍ତ୍ତମାନ ସୁଦ୍ଧା ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା, ଗୋଟିଏ ୪ ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଜବତ ହୋଇଥିବା ନେଇ ସୂଚନା ଦିଆଯାଇଛି ।

Comments are closed.