ରାଜ୍ୟରେ ଗୋଟିଏ ଦିନରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ

65

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୫୫୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୫୫୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୬୧୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୫୦୪ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୪୨ ଜଣଙ୍କ ମଧ୍ୟରୁ ୧୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୦୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୨୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଓ ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ୍ ପୁଲରୁ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.