ରାଜ୍ୟରେ ଗୋଟିଏ ଦିନରେ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ

64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୭୯୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୩୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୭୯୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୬୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୮୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୩୯ ଜଣଙ୍କ ମଧ୍ୟରୁ ୧୪୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୨୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୪, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧ ଜଣ ସଂକ୍ରମିତ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.