ରାଜ୍ୟରେ ଗୋଟିଏ ଦିନରେ ୨୦୫ କରୋନା ଆକ୍ରାନ୍ତ ଚିହ୍ନଟ

60

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୦୦୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୦୦୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୨୩୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୨୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୦୫ ଜଣଙ୍କ ମଧ୍ୟରୁ ୧୧୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୦୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । କଟକରୁ ୧୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ୍ ପୁଲରୁ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.