ରାଜ୍ୟରେ ଗୋଟିଏ ଦିନରେ ୨୧୨ କରୋନା ଆକ୍ରାନ୍ତ ଚିହ୍ନଟ

62

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୩୮୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୩୮୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୭୪୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୯୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୧୨ ଜଣଙ୍କ ମଧ୍ୟରୁ ୧୨୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ବାଲେଶ୍ୱରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ଭଦ୍ରକ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । କଟକରୁ ୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ. ଢେଙ୍କାନାଳ ତଥା ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୨, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୧୩ ଜଣ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ସୁନ୍ଦରଗଡ଼ରୁ ୩୯ ଜଣ ଓ ଷ୍ଟେଟ୍ ପୁଲରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.