ରାଜ୍ୟରେ ଗୋଟିଏ ଦିନରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

70

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୦୦୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨୨୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୮୮ ଜଣଙ୍କ ମଧ୍ୟରୁ ୧୬୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୩୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ବରଗଡ଼ରୁ ୧ ଜଣ, ଭଦ୍ରକ ୭ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । କଟକରୁ ୨୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ଢେଙ୍କାନାଳ ଜିଲ୍ଲାରୁ ୪ ତଥା ଗଜପତି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରେ ୨, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୧୭ ଜଣ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.