ରାଜ୍ୟରେ ଗୋଟିଏ ଦିନରେ ୩୩୫ କରୋନା ଆକ୍ରାନ୍ତ ଚିହ୍ନଟ

60

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୦୦୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୦୦୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧୫୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୦୩ ରହିଛି।

ଆଜି ଚିହ୍ନଟ ହୋଇଥିବା ୩୩୫ ଜଣଙ୍କ ମଧ୍ୟରୁ ୧୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୪୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୧ ଓ ବାଲେଶ୍ୱର ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୩ ଜଣ, ଭଦ୍ରକ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । କଟକରୁ ୨୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଓ ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୧ ଜଣ ଓ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.