ରାଜ୍ୟରେ ଗୋଟିଏ ଦିନରେ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ

67

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୨୨୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୨୨୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୩୮୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୮୫ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୧୯ ଜଣଙ୍କ ମଧ୍ୟରୁ ୧୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୧ ଓ ବାଲେଶ୍ୱର ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । କଟକରୁ ୧୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୬, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୦ ଜଣ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.