ରାଜ୍ୟରେ ଗୋଟିଏ ଦିନରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

66

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୪୯୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୪୯୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୬୦୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୨୪ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୬୪ ଜଣଙ୍କ ମଧ୍ୟରୁ ୧୫୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୨ ଓ ବାଲେଶ୍ୱର ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୪, ଭଦ୍ରକ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୨, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୯ ଜଣ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.