ରାଜ୍ୟରେ ଗୋଟିଏ ଦିନରେ ୧୯୧ କରୋନା ଆକ୍ରାନ୍ତ ଚିହ୍ନଟ

59

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୬୮୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୬୮୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୮୬୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୫୯ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୯୧ ଜଣଙ୍କ ମଧ୍ୟରୁ ୧୧୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୨ ଓ ବାଲେଶ୍ୱର ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରେ ୧ ଓ ବୌଦ୍ଧ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୧୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ, ଢେଙ୍କାନାଳ ଓ ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସମ୍ବଲପୁରରୁ ୯ ଜଣ ଓ ସୋନପୁର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ ପୁଲରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.