ରାଜ୍ୟରେ ଗୋଟିଏ ଦିନରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ

71

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୦୮୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୩୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୯୧ ଜଣଙ୍କ ମଧ୍ୟରୁ ୧୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧, ଭଦ୍ରକ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୩ , ଢେଙ୍କାନାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨ ସ ଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୬ ଜଣ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ୍ ପୁଲରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.