ରାଜ୍ୟରେ ଗୋଟିଏ ଦିନରେ ୨୨୮ କରୋନା ଆକ୍ରାନ୍ତ ଚିହ୍ନଟ

106

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୩୦୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୩୮ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୨୮ ଜଣଙ୍କ ମଧ୍ୟରୁ ୧୩୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧, ଭଦ୍ରକ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୫, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସ ଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧୦, ରାୟଗଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧ ଜଣ ଓ ସୋନପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.