ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

72

କଟକ : ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା । ଜାନୁଆରି ପହିଲାକୁ ଘୁଞ୍ଚାଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ଡିସେମ୍ବର ୨୭ରେ ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ଜାନୁଆରୀ ୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଜାନୁଆରୀ ୫ରୁ ୮ପର୍ଯ୍ୟନ୍ତ ପରୀକ୍ଷା ·ଲିବ ବୋଲି ଜଣାଯାଇଛି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ପକ୍ଷରୁ ସୂଚନା ଦିଆଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ପରୀକ୍ଷା ପାଇଁ ଡାଟାବେସ୍ ପ୍ରସ୍ତୁତି ·ଲିଛି । ଏଥିପାଇଁ ଫର୍ମ ଫିଲ୍-ଅପ୍ ମଧ୍ୟ ସରିଛି । ୫ ଲକ୍ଷ ୭୦ ହଜାର ପରୀକ୍ଷାର୍ଥୀ ସମେଟିଭ ୧ ପରୀକ୍ଷା ଦେବେ ବୋଲି ଜଣାଯାଇଛି । ଏଣେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ସମୟସୀମା ବୃଦ୍ଧି କରାଯାଇଛି । ଯେଉଁ ଛାତ୍ରଛାତ୍ରୀମାନେ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଆଡମିସନ ନେଇପାରିବେ ନାହିଁ, ସେମାନେ ଡିସେମ୍ବର ୩ରୁ ୭ ତାରିଖ ମଧ୍ୟରେ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା କାର୍ଯ୍ୟାଳୟରେ ଅଫଲାଇନ୍ ପଞ୍ଜୀକରଣ କରିପାରିବେ ।

Comments are closed.