ରାଜ୍ୟରେ ଗୋଟିଏ ଦିନରେ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

52

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୩୪୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୫୦୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୭୦ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୩୭ ଜଣଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୧୯ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୧ ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.